ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଭୁବନେଶ୍ୱରରୁ ପୁଣି ଚିହ୍ନଟ ହେଲେ ୩ ନୂଆ କରୋନା ପଜିଟିଭ୍। ଫଳରେ ରାଜଧାନୀ ଭୁବନେଶ୍ୱରର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି।

ଆଜି ଚିହ୍ନଟ ହୋଇଥିବା ଏହି ତିନିଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ବାକି ଜଣେ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡ଼ିଛନ୍ତି। ସେହିଭଳି ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି।

ଆଜି ହୋମ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ଜଣେ ବ୍ୟକ୍ତି ଭୀମପୁର ଅଞ୍ଚଳର ହୋଇଥିବାବେଳେ ଆଉ ଜଣେ ବ୍ୟକ୍ତି ଭରତପୁର ଅଞ୍ଚଳର ବୋଲି ବିଏମସି ସୂଚନା ଦେଇଛି। ସେହିପରି ସ୍ଥାନୀୟ ବ୍ୟକ୍ତିଜଣକ ଭୁବନେଶ୍ୱର ଡୁମୁଡୁମା ଅଞ୍ଚଳର ଏଚବି କଲୋନୀରୁ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଦିଆଯାଇଛି।

ଭୁବନେଶ୍ୱରରେ ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ରହିଛି। ସେଥିମଧ୍ୟରୁ ୬୦ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବାବେଳେ ୩ ଜଣ ପ୍ରାଣ ହରାଇଛନ୍ତି। ବାକି ୪୨ ଜଣ ଆକ୍ରାନ୍ତ ଏବେ ବି ସକ୍ରିୟ ଅଛନ୍ତି ବୋଲି ବିଏମସି ସୂଚନା ଦେଇଛି।

Comment