ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁଣି ୨ କୋଭିଡ ଯୋଦ୍ଧା ହେଲେ କରୋନା ଆକ୍ରାନ୍ତ। ଛତ୍ରପୁର ଏସ୍‌ଡିପିଓ ଓ ଆଇଆଇସି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲା ଏସ୍‌ପି।

ପୂର୍ବରୁ ଭୁବନେଶ୍ଵରରେ ଜଣେ ପୋଲିସ ଅଧିକାରୀ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଗତକାଲି ମାଲକାନଗିରି ମୋଟୁ ଥାନାରେ ଜଣେ ହାବିଲଦାର ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେହିପରି ଆଜି ପୋଲିସର ଦୁଇ ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ ହୋଇଛନ୍ତି।

ଆଜି ରାଜ୍ୟରେ ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୦ ଜଣ ରହିଛନ୍ତି।

ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୭୨୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୪୭୪ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବାବେଳେ ବାକି ୧,୨୩୬ ଜଣ ଏବେ ବି ସକ୍ରିୟ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି।

Comment