ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ମୌସୁମୀ ବାୟୁ ଏବେ ସକ୍ରିୟ ହେବାରେ ଲାଗିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମୌସୁମୀ ବାୟୁର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ବିଶେଷକରି ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲାମାନଙ୍କରେ ବର୍ଷା ହେବା ସହିତ ଆଗାମୀ ୪ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିବ। କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ।

ଏଥର ଠିକ୍ ସମୟରେ ଓଡ଼ିଶାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଏପରିକି ଏଥର ସଠିକ୍ ପରିମାଣର ବର୍ଷା ହେବ ବୋଲି ମଧ୍ୟ କୁହାଯାଉଛି। ଯାହାକି କୃଷି କାର୍ଯ୍ୟ ପାଇଁ ବେଶ ସହାୟକ ହୋଇପାରିବ।

Comment