ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟ ପାଇଁ ପୁଣି ଭଲ ଖବର। ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହ ରାଜ୍ୟରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୨,୫୯୪ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସୁସ୍ଥ ହୋଇଥିବା ୧୨୦ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୩, ଗଜପତିରୁ ୧୮, ସୋନପୁରରୁ ୧୩, ବାଲେଶ୍ଵରରୁ ୧୨, ବଲାଙ୍ଗିର ଓ ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ, ମୟୂରଭଞ୍ଜରୁ ୭, କଟକରୁ ୪, ଯାଜପୁର, ନୟାଗଡ଼ ଓ ନୂଆପଡ଼ାରୁ ୩ ଜଣ ଲେଖାଏଁ, ଢେଙ୍କାନାଳ, ପୁରୀ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ସେହିପରି ଆଜି ରାଜ୍ୟରେ ସର୍ବାଧିକ ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ବାକି ୨୯ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡ଼ିଛି।

ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୭୨୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୫୯୪ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବାବେଳେ ବାକି ୧,୧୧୬ ଜଣ ଏବେ ବି ସକ୍ରିୟ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି।

Comment