ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟର ଆଉ ୧୧୪ କରୋନା ରୋଗୀ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଫଳରେ ରାଜ୍ୟର ମୋଟ କରୋନା ରୋଗୀଙ୍କ ସୁସ୍ଥ ସଂଖ୍ୟା ୨୭ ଶହ ପାର୍ କରିଛି।

ଆଜି ନୂଆକରି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୦ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୨୩ ଜଣ, ଗଞ୍ଜାମରୁ ୧୭ ଜଣ, କଟକରୁ ୧୧ ଜଣ, ମୟୂରଭଞ୍ଜରୁ ୧୦ ଜଣ, ଗଜପତିରୁ ୮ ଜଣ, ବରଗଡ଼ରୁ ୫ ଜଣ, ନୟାଗଡ଼ରୁ ୪ ଜଣ, ବଲାଙ୍ଗିରରୁ ୩ ଜଣ ଏବଂ ବାଲେଶ୍ୱର, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ୩୯୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୭୦୮ ଜଣ ସୁସ୍ଥ ହୋଇଥିବାବେଳେ ୧୧ ଜଣ ପ୍ରାଣ ହରାଇଛନ୍ତି। ଏବେ ବି ରାଜ୍ୟରେ ୧୧୮୭ଟି ଆକ୍ଟିଭ୍ କେସ୍ ରହିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Comment