ଓଡ଼ିଶାଲାଇଭ୍‌ ବ୍ୟୁରୋ

(ଖୋର୍ଦ୍ଧାରୁ ଦିଲ୍ଲୀପ ନାଇଡୁ): ପହିଲି ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ଼ ଶବର ସାହିରେ। ମୃତ ଯୁବକଙ୍କ ନାଁ ଲାଲା ପ୍ରଧାନ ବୋଲି ଜଣାପଡ଼ିଛି।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ଜଣାପଡ଼ିଛି। ସକାଳ ୮ଟା ସମୟରେ   କିଛି ଦୁର୍ବୃତ୍ତ ଲାଲାଙ୍କୁ ଗୁଳି କରି ଫେରାର ହୋଇଯାଇଛନ୍ତି। ଖଣି କିମ୍ବା ବ୍ରାଉନସୁଗର କାରବାରକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି।

ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡରେ ଚାରିଜଣ ଦୁର୍ବୁତ୍ତ ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧା କରି ତଦନ୍ତ ଆରମ୍ଭ କରିଛି।

Comment