ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟର ଆଉ ୧୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଶହ ପାର୍ କରିଛି।
ଆଜି ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ କଟକ ଜିଲ୍ଲାରୁ ୨୬ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୨୩, ଗଞ୍ଜାମରୁ ୧୮ , ମୟୂରଭଞ୍ଜରୁ ୧୩, ଗଜପତିରୁ ୧୨, ଭଦ୍ରକରୁ ୧୧, ବଲାଙ୍ଗିରରୁ ୧୧, କଳାହାଣ୍ଡିରୁ ୪ ଜଣ ସୁସ୍ଥ ହୋଇଛନ୍ତି।
ସେହିପରି କନ୍ଧମାଳ, କୋରାପୁଟ, ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ ଏବଂ ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଢେଙ୍କାନାଳ, ନୂଆପଡ଼ା ଓ ପୁରୀର ମଧ୍ୟ ୨ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି। ଏଥିସହିତ ଜଗତସିଂହପୁରରୁ ମଧ୍ୟ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ମୋଟ ୪୦୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮୫୪ ଜଣ ସୁସ୍ଥ ହୋଇଥିବାବେଳେ ବାକି ଆକ୍ରାନ୍ତ ସକ୍ରିୟ ଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।


















