ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମିତଙ୍କ ସଂଖ୍ୟା। ସୋମବାର ଆଉ ୧୪୬ ନୂଆ ପଜିଟିଭ୍ ଚିହ୍ନଟ ହେବା ସହିତ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ଟପିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ସୋମବାର ନୂଆକରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୮ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ସେହିଭଳି ବାକି ୧୮ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡ଼ିଛି।
ଆଜି ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କନ୍ଧମାଳ ଜିଲ୍ଲାରୁ ୪୮ ଜଣ ଜଣାପଡ଼ିଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ନୟାଗଡ଼ରୁ ୪, ଝାରସୁଗୁଡ଼ାରୁ ୧, ରାୟଗଡ଼ାରୁ ୫, କଟକରୁ ୧୯, ଜଗତସିଂହପୁରରୁ ୪, ବାଲେଶ୍ୱରରୁ ୮, ଢେଙ୍କାନାଳରୁ ୧, ଅନୁଗୁଳରୁ ୬ , ଗଞ୍ଜାମରୁ ୮, ସୋନପୁରରୁ ୨, ଭଦ୍ରକରୁ ୧୯, ସମ୍ବଲପୁରରୁ ୧, ସୁନ୍ଦରଗଡ଼ରୁ ୪ ଏବଂ ୯ ଜଣ ଅଗ୍ନିଶମ ଅଧିକାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏଥିସହ ରାଜ୍ୟରେ ମୋଟ ପଜିଟିଭ୍ ସଂଖ୍ୟା ୪୦୫୫ କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୭୦୮ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବାବେଳେ ବାକି ୧୩୩୩ ଜଣ ଏବେ ବି ସକ୍ରିୟ ଅଛନ୍ତି।


















