ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
କରୋନା କବଳରୁ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ଆଉ ୧୨୦ ଜଣ ଆକ୍ରାନ୍ତ। ଫଳରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୪କୁ ବୃଦ୍ଧି ପାଇଛି।
ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ସର୍ବାଧିକ ୧୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକ ଜିଲ୍ଲାରୁ ୧୫, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୧୧, ନୂଆପଡ଼ାରୁ ୯, ସୁନ୍ଦରଗଡ଼ରୁ ୭, କନ୍ଧମାଳରୁ ୬, ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବଲାଙ୍ଗିର ଓ ନୟାଗଡ଼ରୁ ୫ ଜଣ ଲେଖାଏଁ ଏବଂ ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।
ତା’ସହିତ କେନ୍ଦୁଝର, ଗଞ୍ଜାମ ଓ ପୁରୀ ଜିଲ୍ଲାର ୩ ଜଣ ଲେଖାଏଁ ଆକ୍ରାନ୍ତ ଏବଂ ଅନୁଗୁଳ, କଳାହାଣ୍ଡି ଓ କୋରାପୁଟରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମାଲକାନଗିରିରୁ କେବଳ ଜଣେ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୧୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୨୯୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ବାକି ୧୧୭୫ ଜଣ ଆକ୍ରାନ୍ତ ରାଜ୍ୟରେ ଏବେ ବି ସକ୍ରିୟ ଅଛନ୍ତି ବୋଲି ସୂଚନା ରହିଛି।


















