ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହ ରାଜ୍ୟରେ ୩ ହଜାର ୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
୭୩ ଜଣଙ୍କ ମଧ୍ୟରୁ କନ୍ଧମାଳରୁ ୧୪, କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୦, ଭଦ୍ରକରୁ ୯, ଯାଜପୁରରୁ ୭, ମୟୂରଭଞ୍ଜରୁ ୬, ଗଞ୍ଜାମରୁ ୪, କଟକରୁ ୩, ବାଲେଶ୍ଵର, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡିରୁ ୨ ଜଣ ଲେଖାଏଁ ଓ ବଲାଙ୍ଗିରରୁ ଜଣେ ସୁସ୍ଥ ହୋଇଛନ୍ତି।
ସେହିପରି ଆଜି ରାଜ୍ୟରେ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୫ ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ଲୋକାଲ କେସ ବୋଲି ଜଣାପଡ଼ିଛି।
ଏହାସହ ବର୍ତ୍ତମାନ ରାଜ୍ୟରେ ୪,୩୩୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୩,୦୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧,୩୫୦ ଜଣ ସକ୍ରିୟ ଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ହୋଇଛି।













