ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ସେଥିପାଇଁ ରାଜ୍ୟରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ଵଲପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏହାସହ ଏବେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ରାଜ୍ୟରେ କିଛିଦିନ ହେବ କୋହଲା ପାଗ ଜାରି ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ହେଲେ ମୌସୁମୀ ସକ୍ରିୟ ଯୋଗୁଁ ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Comment