ଓଡ଼ିଶାଲାଇଭ୍‌ ବ୍ୟୁରୋ

ରଥଯାତ୍ରା ସମ୍ପର୍କରେ ସୁପ୍ରିମକୋର୍ଟ ଯାହା ରାୟ ଦେଇଛନ୍ତି ତାହାକୁ ରାଜ୍ୟ ସରକାର ପାଳନ କରିବେ। ଶ୍ରୀମନ୍ଦିର ପରିସରରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀ ଅନୁପାଳନ କରାଯିବ ବୋଲି ରାଜ୍ୟ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି।

କରୋନା ପାଇଁ ଏଥର ରଥଯାତ୍ରା ବନ୍ଦ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶ ପରେ ରାଜ୍ୟ କ୍ୟାବିନେଟର ଜରୁରୀ ବୈଠକ ବସିଥିଲା। ଏହି ବୈଠକରେ ଆଡଭୋକେଟ ଜେନେରାଲ ଯୋଗଦେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀ ସମ୍ପର୍କରେ ସରକାରଙ୍କୁ ଅବଗତ କରିଥିଲେ।

ସୁପ୍ରିମକୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି ସେ ସମ୍ପର୍କରେ ଶ୍ରୀମନ୍ଦିର ପରିଚାଳନା କମିଟିକୁ ଅବଗତ କରିବା ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ଏହାସହ ବିଭିନ୍ନ ଜିଲ୍ଲାରେ ଥିବା ପରିଚାଳନା କମିଟି ଏବଂ ଅନୁଷ୍ଠାନ ଯେମିତି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବେ ତାର ତଦାରଖ କରିବା ପାଇଁ ଜିଲ୍ଲା ମାଜିଷ୍ଟ୍ରେଟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Comment