ଓଡ଼ିଶାଲାଇଭ୍‌ ବ୍ୟୁରୋ

ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ତିନି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି। ଆଇନ ମନ୍ତ୍ରୀ ପ୍ରତାପ ଜେନା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଏବଂ ଯୋଜନାବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କୁ ରଥଯାତ୍ରାର ତଦାରଖ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଶ୍ରୀଗୁଣ୍ଡିଚା ଯାତ୍ରାଠାରୁ ଆରମ୍ଭ କରି ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଏମାନେ ରହିବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରାର ସମୀକ୍ଷା କରିଛନ୍ତି। ସୁଚାରୁରୂପେ ଯାତ୍ରା ସମ୍ପନ୍ନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍‌ କଟକଣା ଭିତରେ ରଥଯାତ୍ରା ହେଉଥିବାରୁ ସାରା ବିଶ୍ୱର ନଜର ଆମ ଉପରେ ରହିଛି। ଏଥିପାଇଁ ସତର୍କତାର ସହ ରଥଯାତ୍ରା ଆୟୋଜନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋଭିଡ୍‌ କଟକଣା ଭିତରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ବିନା ଭକ୍ତରେ ରଥଯାତ୍ରା ଆୟୋଜନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ରଥଯାତ୍ରା ବେଳେ କେମିତି କଟକଣା କାର୍ଯ୍ୟକାରୀ କରାଯିବ ସେନେଇ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। କେବଳ ପୁରୀ ରଥଯାତ୍ରାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି।

ରାଜ୍ୟ ସରକାର, କେନ୍ଦ୍ର ସରକାର, ଶ୍ରୀମନ୍ଦିର ପ୍ରଶାସନ ଏବଂ ଶ୍ରୀମନ୍ଦିର ପରିଚାଳନା କମିଟିର ସମନ୍ୱୟ ଭିତରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ କହିଛନ୍ତି। ତେବେ ସ୍ୱାସ୍ଥ୍ୟ ସମସ୍ୟାରେ କୌଣସି ସାଲିସ୍‌ କରାଯିବ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।

Comment