ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୧୨୫ ଆକ୍ରାନ୍ତ। ଏହାସହ ରାଜ୍ୟରେ ମୋଟ୍ ୩,୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୁସ୍ଥ ହୋଇଥିବା ୧୨୫ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ପୁରୀରୁ ୧୭, କଟକରୁ ୧୪, ମୟୂରଭଞ୍ଜରୁ ୧୩ ଗଞ୍ଜାମରୁ ୧୦, କେନ୍ଦୁଝରରୁ ୯, ଯାଜପୁରରୁ ୮, ନୂଆପଡ଼ାରୁ ୬, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରୁ ୪ ଜଣ ସୁସ୍ଥ ହୋଇଛନ୍ତି।
ସେହିପରି ଆଜି ସକାଳେ ରାଜ୍ୟରେ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୧୫୦ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ଲୋକାଲ୍ କେସ ବୋଲି ଜଣାପଡ଼ିଛି।
ଏହାସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦କୁ ବୃଦ୍ଧି ପାଇଥିବା ବେଳେ ୩, ୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧,୪୫୮ ଜଣ ଏବେ ସକ୍ରିୟ ରହିଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।


















