ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ଉଭୟ କଟକ ଜିଲ୍ଲାର। ଏହାସହ ରାଜ୍ୟରେ ବର୍ତ୍ତମାନ କରୋନା ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଚିକିତ୍ସାଧୀନ ଅବସ୍ଥାରେ ଜଣେ ୭୧ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ସେ ଡାଇବେଟିସ୍‌ ଓ କିଡନୀ ରୋଗରେ ପୀଡ଼ିତ ଥିଲେ। ସେହିପରି ଅନ୍ୟ ଜଣେ ୫୩ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ସେ ଡାଇବେଟିସ ରୋଗରେ ପୀଡ଼ିତ ଥିଲେ।

ଏହାସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦କୁ ବୃଦ୍ଧି ପାଇଥିବା ବେଳେ ୩, ୮୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧,୫୮୩ ଜଣ ଏବେ ସକ୍ରିୟ ରହିଛନ୍ତି। ଅନ୍ୟପକ୍ଷରେ ଆଜିକୁ ମିଶାଇ ରାଜ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comment