ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ୍‌ ୪ ହଜାର ୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୁସ୍ଥ ହୋଇଥିବା ୧୩୫ ଜଣକ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୯, କଳାହାଣ୍ଡିରୁ ୧୬, ଜଗତସିଂହପୁରରୁ ୧୪, ବାଲେଶ୍ଵରରୁ ୭, କଟକରୁ ୬, ଅନୁଗୁଳ, ଯାଜପୁର ଓ ପୁରୀରେ ୪ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୩, କେନ୍ଦୁଝର ଓ କେନ୍ଦ୍ରାପଡ଼ାରୁ ୨ଜଣ, ବରଗଡ଼, ଭଦ୍ରକ, ଝରସୁଗୁଡ଼ା, ମୟୂରଭଞ୍ଜ ଓ ସମ୍ଵଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଆଜି ୨୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ୨୫୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି।

ଏହାସହ ବର୍ତ୍ତମାନ ରାଜ୍ୟରେ ୫, ୭୫୨ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସେହିପରି ୪,୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୬୧୭ ଜଣ ସକ୍ରିୟ ଥିବା ବେଳେ ୧୭ ଜଣଙ୍କ ମୃତ୍ୟୁ ହୋଇଛି।

Comment