ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ଆଜି ଆଉ ୮ ଏନ୍‌ଡିଆରଏଫ୍‌ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୨୮୨ଙ୍କ ମଧ୍ୟରୁ ଏନ୍‌ଡିଆରଏଫ୍‌ କର୍ମଚରୀ ରହିଛନ୍ତି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ପୂର୍ବରୁ ମଧ୍ୟ ଆହୁରି ଏନ୍‌ଡିଆରଏଫ୍‌ ଓ ଅଗ୍ନୀଶମ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସମସ୍ତ କର୍ମଚାରୀ ଅମ୍ପନ ମୁକାବିଲା ପାଇଁ ପଶ୍ଚିମବଙ୍ଗ ଯାଇଥିଲେ।

ସେହିପରି ଆଜି ରାଜ୍ୟରେ ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୫୬ ଜଣ କ୍ଵାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ଲୋକାଲ କେସ ବୋଲି ଜଣାପଡ଼ିଛି।

ଏହାସହ ବର୍ତ୍ତମାନ ରାଜ୍ୟରେ ୫, ୭୫୨ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସେହିପରି ୩, ୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧, ୭୪୦ ଜଣ ସକ୍ରିୟ ଥିବା ବେଳେ ୧୭ ଜଣଙ୍କ ମୃତ୍ୟୁ ହୋଇଛି।

Comment