ଓଡ଼ିଶାଲାଇଭ୍‌ ବ୍ୟୁରୋ

୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲର ଅବଧି ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ସେହିପରି ଆଧାର କାର୍ଡ ସହ ପାନ୍‌ ସଂଯୋଗ ଅବଧି ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ଏନେଇ ସେଣ୍ଟାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି। ଆୟକର ଅଧିନିୟମ ଅନୁଯାୟୀ ରିହାତି ପାଇଁ ବିଭିନ୍ନ ନିବେଶ କରିବାର ସମୟସୀମାକୁ ୨୦୨୦ ଜୁଲାଇ ୩୧ ଯାଏ ବଢ଼ାଇ ଦିଆଯାଇଛି।

ଆର୍ଥିକ ବର୍ଷ ୨୦୧୯-୨୦ ପାଇଁ ଆୟକର ରିଟର୍ଣ୍ଣ ଦାଖଲ କରିବାର ଧାର୍ଯ୍ୟ ତାରିଖ ପୂର୍ବରୁ ୨୦୨୦ ନଭେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

Comment