ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ଆଜି ରାଜ୍ୟରେ ଆଉ ୨୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ବର୍ତ୍ତମାନ ପଜିଟିଭ୍‌ ସଂଖ୍ୟା ୫ ହଜାର ୭୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି।

ଚିହ୍ନଟ ହୋଇଥିବା ୨୮୨ ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତିରୁ ସର୍ବାଧିକ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଗଞ୍ଜାମରୁ ୭୫, ଖୋର୍ଦ୍ଧା ୨୬, ଝାରସୁଗୁଡ଼ା ୨୩, କନ୍ଧମାଳ ୧୭, ସମ୍ଵଲପୁରରୁ ୧୩, ଜଗତସିଂହପୁରରୁ ୧୧, ପୁରୀ ୯, ମୟୂରଭଞ୍ଜ ଓ ଯାଜପୁରରୁ ୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ସେହିପରି କଟକରୁ ୪, ବାଲେଶ୍ଵରରୁ ୩ ଅନୁଗୁଳ ଓ ସୁନ୍ଦରଗଡ଼, ବଲାଙ୍ଗିର, କୋରାପୁଟ, ନୟାଗଡ଼ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏନ୍‌ଡିଆର୍‌ଏଫରୁ ମଧ୍ୟ ୮ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାସହ ବର୍ତ୍ତମାନ ରାଜ୍ୟରେ ୫, ୭୫୨ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସେହିପରି ୩, ୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧, ୭୪୦ ଜଣ ସକ୍ରିୟ ଥିବା ବେଳେ ୧୭ ଜଣଙ୍କ ମୃତ୍ୟୁ ହୋଇଛି।

Comment