ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଜି ଆଉ ୧୬୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହ ରାଜ୍ୟରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୯୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

୧୬୮ ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଓ ଗଜପତିରୁ ୨୩ ଜଣ ଲେଖାଏଁ, ପୁରୀରୁ ୧୯, ବରଗଡ଼ରୁ ୧୩, ସୁନ୍ଦରଗଡ଼ରୁ ୯, ବାଲେଶ୍ଵରରୁ ୭, ଭଦ୍ରକ ଓ ରାୟଗଡ଼ାରୁ ୫ ଜଣ ଲେଖାଏଁ, ଅନୁଗୁଳରୁ ୩ ଜଣ, ମାଲକାନଗିରି, କେନ୍ଦ୍ରାପଡ଼ା, କେନ୍ଦୁଝର, ଜଗତସିଂହପୁର, ଲୋନପୁରରୁ ୪ ଜଣ ଲେଖାଏଁ, ଢେଙ୍କାନାଳରୁ ୨ ଓ ଝାରସୁଗୁଡ଼ାରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହାସହ ଆଜି ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭୪ ଜଣ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬ ଜଣ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି।

ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬, ୯୬୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪,୨୯୧ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୧,୬୪୭ ଜଣ ସକ୍ରିୟ ଅଛନ୍ତି।

Comment