ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟର ଆଉ ୧୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପଟାଲରୁ ଡିସଚାର୍ଜ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଏହି ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧଇକ ୪୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ସେହିପରି ପୁରୀରୁ ୨୮, ଖୋର୍ଦ୍ଧାରୁ ୨୧, କନ୍ଧମାଳରୁ ୧୨, ଜଗତସିଂହପୁରରୁ ୭, ନବରଙ୍ଗପୁରରୁ ୬, କେନ୍ଦ୍ରାପଡ଼ାରୁ ୫ ଜଣ ସୁସ୍ଥ ହୋଇଛନ୍ତି।

ଅନ୍ୟପଟେ ବାଲେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟର ମୋଟ କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କ ସଂଖ୍ୟା ୪୪୨୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Comment