ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲାର ଜଣେ ୬୮ ବର୍ଷୀୟ ପୁରୁଷ। ସେ ରକ୍ତଚାପ ଓ ଡାଇବେଟିସ ରୋଗରେ ମଧ୍ୟ ପୀଡ଼ିତ ଥିଲେ। ଏହାସହ କେବଳ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି।

ସେହିପରି ଆଜି ରାଜ୍ୟରେ ୧୭୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ କ୍ଵାରେଣ୍ଟାଇନ୍‌ ଓ ୨୭ ଜଣ ଲୋକାଲ୍‌ କେସ ଚିହ୍ନଟ ହୋଇଛନ୍ତି।

ଏହାସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି। ସେହିପରି ୪,୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୯୦୩ ଜଣ ସକ୍ରିୟ ରହିଛନ୍ତି। ଆଜିକୁ ମିଶାଇ ରାଜ୍ୟରେ କରୋନା ଯୋଗୁଁ ୧୮ ଜଣଙ୍କ ମୃତ୍ୟୁ ହୋଇଛି।

Comment