ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଜି ଆଉ ୧୮୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହ ରାଜ୍ୟରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୪, ୬୦୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୫, ବାଲେଶ୍ଵରରୁ ୩୧, ଗଜପତିରୁ ୧୨, ଭଦ୍ରକରୁ ୧୦. ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୬ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଓ ପୁରୀରୁ ୫ ଜଣ ଲେଖାଏଁ, ସୁନ୍ଦରଗଡରୁ ୪ ଜଣ, ବଲାଙ୍ଗିର ଓ କେନ୍ଦୁଝରରୁ ୩ ଜଣ ଲେଖାଏଁ, କଟକରୁ ୨ ଜଣ, ଅନୁଗୁଳ, ଯାଜପୁର, କନ୍ଧମାଳ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ସେହିପରି ଆଜି ରାଜ୍ୟରେ ୧୭୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ କ୍ଵାରେଣ୍ଟାଇନ୍‌ ଓ ୨୭ ଜଣ ଲୋକାଲ୍‌ କେସ ଚିହ୍ନଟ ହୋଇଛନ୍ତି।

ଏହାସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି। ସେହିପରି ୪,୬୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୭୧୯ ଜଣ ସକ୍ରିୟ ରହିଛନ୍ତି। ଆଜିକୁ ମିଶାଇ ରାଜ୍ୟରେ କରୋନା ଯୋଗୁଁ ୧୮ ଜଣଙ୍କ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here