ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହେବା ସହିତ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ଟପିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୮,୫୫୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାସହ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୮ ହଜାର ୯୫୩କୁ ବୃଦ୍ଧି ପାଇଛି।

ସେଥିମଧ୍ୟରୁ ୨ ଲକ୍ଷ ୯୫ ହଜାର ୮୮୧ ଜଣ ସୁସ୍ଥ ହୋଇଥିବାବେଳେ ୧୫ ହଜାର ୬୮୫ ଜଣ ପ୍ରାଣ ହରାଇଛନ୍ତି। ଦେଶରେ ଏବେ ବି ୧ ଲକ୍ଷ ୯୭ ହଜାର ୩୮୭ ଆକ୍ରାନ୍ତ ସକ୍ରିୟ ଥିବା ଜଣାପଡ଼ିଛି।

ରାଜ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଠାରେ ଦେଢ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୭ ହଜାରରୁ ଅଧିକ ପ୍ରାଣ ହରାଇଛନ୍ତି। ସେହିପରି ଦିଲ୍ଲୀରେ ୭୭ ହଜାରରୁ ଅଧିକ ଓ ତାମିଲନାଡୁରେ ୭୪ ହଜାରରୁ ଅଧିକ ଲୋକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ଜଣାପଡ଼ିଛି।

Comment