ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ଆଜି ଆଉ ୨୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୪ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୩୦ ଜଣ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଚିହ୍ନଟ ହୋଇଥିବା ୨୬୪ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୭୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଯାଜପୁରରୁ ୪୧, କେନ୍ଦୁଝରରୁ ୨୫, ଝାରସୁଗୁଡ଼ା ଓ ବରଗଡ଼ରୁ ୧୮ ଜଣ ଲେଖାଏଁ, ଖୋର୍ଦ୍ଧାରୁ ୧୫, କଟକ ଓ ବାଲେଶ୍ଵରରୁ ୧୨ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ଏହାସହ ପୁରୀରୁ ୭ ଜଣ, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବଲାଙ୍ଗିର, ନୟାଗଡ଼ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ, ସମ୍ଵଲପୁର, କଳାହାଣ୍ଡି, ଗଜପତି, ନୂଆପଡ଼ା, କନ୍ଧମାଳ ଓ ଭଦ୍ରକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ଏହାସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୬୧୪ରେ ପହଞ୍ଚିଛି। ସେହିପରି ୪,୬୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୯୮୦ ଜଣ ସକ୍ରିୟ ରହିଛନ୍ତି।

Comment