ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମିଳିଥିବା ସୂଚନା ମୁତାବକ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ରାୟଗଡ଼ା, ଗଞ୍ଜାମ, ଗଜପତି, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲାମାନଙ୍କ ବ୍ୟତୀତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସହିତ ବଜ୍ରପାତ ମଧ୍ୟ ହୋଇପାରେ ବୋଲି କୁହାଯାଇଛି।

ଜୁନ୍ ୧  ତାରିଖରୁ ଏପର୍ଯ୍ୟନ୍ତ ରାଜ୍ୟରେ ୨୨୮.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ବର୍ଷାଠାରୁ ୧୬ ପ୍ରତିଶତ ଅଧିକ। ଏଥର ଠିକ୍ ସମୟରେ ମୌସୁମୀ ଓଡ଼ିଶା ଆସିଛି। ଏଥିସହିତ ଏଥର ସ୍ୱାଭାବିକ ପରିମାଣରୁ ଅଧିକ ବର୍ଷା ହେବ ବୋଲି କୁହାଯାଇଛି।

Comment