ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଆଜି ପୁଣି ଚିହ୍ନଟ ହେଲେ ଦୁଇଶହରୁ ଅଧିକ ନୂଆ କରୋନା ପଜିଟିଭ୍। ସୋମବାର ଆଉ ୨୪୫ ନୂଆ ପଜିଟିଭ୍ ଚିହ୍ନଟ ହେବା ସହିତ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୮୫୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା  ଦେଇଛି।

ନୂଆକରି ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତଙ୍କ ମଧ୍ୟରେ ୨୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ବାକି ୩୧ ଜଣ ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୯୬ ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ ୨, ବରଗଡ଼ରୁ ୧୦, ଭଦ୍ରକରୁ ୨, କଟକରୁ ୭, ଢେଙ୍କାନାଳରୁ ୩, ଗଜପତିରୁ ୭, ଜଗତସିଂହପୁରରୁ ୯, ଯାଜପୁରରୁ ୪୦, ଝାରସୁଗୁଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରରୁ ୭, ଖୋର୍ଦ୍ଧାରୁ ୨୮, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୩, ରାୟଗଡ଼ାରୁ ୧, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୬  ଓ ଦୁଇଜଣ ଏଡିଆରଏଫ୍ ଏବଂ ଓଡ୍ରାଫ୍ କର୍ମୀ ମଧ୍ୟ ପଜିଟିଭ୍ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧଆ ୬୮୫୯ ଜଣ ପଜିଟିଭ୍ ଚିହ୍ନଟ ହୋଇସାରିଲେଣି। ସେଥିମଧ୍ୟରୁ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଏବେ ବି ୨୦୮୬  ଜଣ ସକ୍ରିୟ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment