ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଆଜିଠୁ ୩ ଦିନ ଧରି ବର୍ଷା ଲାଗି ରହିବ। ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଜୁନ୍ ୩୦ ତାରିଖରେ ବଲାଙ୍ଗିର, ଦେବଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ଜୁଲାଇ ୧  ଓ ୨ ତାରିଖରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ।

ଚଳିତ ବର୍ଷ ଠିକ୍ ସମୟରେ ମୌସୁମୀ ଓଡ଼ିଶା ଆସିଛି। ଯାହାଫଳରେ ବର୍ଷାର ପରିମାଣ ସ୍ୱାଭାବିକ ରହିଛି। ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ଅଧିକ ବର୍ଷା ହେବ ବୋଲି କୁହାଯାଉଛି।

Comment