ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟର ଆଉ ୧୬୪ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏଥିସହ ରାଜ୍ୟର ମୋଟ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ସଂଖ୍ୟା ୫୩୫୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୪୮ ଜଣ ରହିଛନ୍ତି। ସେହିପରି ଜଗତସିଂହପୁରରୁ ୩୧, ବାଲେଶ୍ୱରରୁ ୨୬, କଟକରୁ ୨୫, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ ଏବଂ ଭଦ୍ରକ ଓ ନୟାଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here