ଓଡ଼ିଶାଲାଇଭ୍‌ ବ୍ୟୁରୋ

ଜମ୍ମୁ କଶ୍ମୀରର ସୋପୋରର ମଡେଲ ଟାଉନ ଅଞ୍ଚଳରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (CRPF) ର ଏକ ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ଜଣେ ସିଆରପିଏଫ୍‌ ଯବାନ ସହିଦ ହେବା ସହିତ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ଏଥିସହିତ ଅନେକ ଯବାନ ମଧ୍ୟ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ମିଲିଟାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସଂପୃକ୍ତ ଅଞ୍ଚଳରେ ଏବେ ମଧ୍ୟ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ ଚାଲିଛି। ଦୁଇରୁ ତିନି ଜଣ ଆତଙ୍କବାଦୀ ଏହି ଅଞ୍ଚଳରେ ଲୁଚି ରହିଥିବା ଜଣାଯାଇଛି। ତେଣୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି।

ବୁଧବାର ସକାଳେ ଏକ ସିରିପିଏଫ୍‌ର ଏକ ଟିମ୍‌ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେହି ସମୟରେ ସୁରକ୍ଷାକର୍ମୀଙ୍କ ଉପରକୁ ଆତଙ୍କବାଦୀ ଗୁଳି ଚଳାଇଥିଲେ।

Comment