ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

Nurse wearing respirator mask holding a positive blood test result for the new rapidly spreading Coronavirus, originating in Wuhan, Chinaରାଜ୍ୟର ଆଉ ୧୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ । ଏଥିସହ ରାଜ୍ୟର ମୋଟ କରୋନା ସୁସ୍ଥ ହେବା ସଂଖ୍ୟା ୫୫ ଶହ ଉପରେ ଟପିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୪, ମୟୂରଭଞ୍ଜରୁ ୧୪, କଟକରୁ ୧୩, ରାୟଗଡ଼ାରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ୬ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଅନୁଗୁଳ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ ଏବଂ ବଲାଙ୍ଗିର, ଭଦ୍ରକ, ଯାଜପୁର ଓ ପୁରୀରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ବାଲେଶ୍ୱର, ଜଗତସିଂହପୁର ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ ବରଗଡ଼ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏଥିସହ ରାଜ୍ୟର ସମୁଦାୟ ୫୫୦୨ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment