ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ରାଜ୍ୟରେ ୨୨୯ ନୂଆ କରୋନା ପଜିଟିଭ୍ ଚିହ୍ନଟ
  • ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି
  • ରାଜ୍ୟରେ ଏବେ ବି ୨୧୫୭ ଜଣ ଆକ୍ରାନ୍ତ ସକ୍ରିୟ

ରାଜ୍ୟରେ ପୁଣି ବଢ଼ିଲେ କରୋନା ପଜିଟିଭ୍। ଗୁରୁବାର ରାଜ୍ୟରେ ଆଉ ୨୨୯ ନୂଆ ପଜିଟିଭ୍ ଚିହ୍ନଟ ହେବା ସହିତ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୫ ଶହ ଟପିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୯୩ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ସେହିପରି ବାକି ୩୬ ଜଣ ଆକ୍ରାନ୍ତ ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି।

ଗୁରୁବାର ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୧, ବାଲେଶ୍ୱରରୁ ୨୪, ବରଗଡ଼ରୁ ୧, ବଲାଙ୍ଗିରରୁ ୭, ବୌଦ୍ଧରୁ ୩ , କଟକରୁ ୧୨, ଦେବଗଡ଼ରୁ ୧, ଗଜପତିରୁ ୧ , ଜଗତସିଂହପୁରରୁ ୧, ଯାଜପୁରରୁ ୨୨, ଝାରସୁଗୁଡ଼ାରୁ ୧୦, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୨୧, କୋରାପୁଟରୁ ୧, ମୟୂରଭଞ୍ଜରୁ ୨, ନୟାଗଡ଼ରୁ ୫, ପୁରୀରୁ ୪ ଓ ସୁନ୍ଦରଗଡ଼ରୁ ୧୭ ଜଣ ପଜିଟିଭ୍ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୩୫୩ସୁସ୍ଥ ହୋଇଥିବାବେଳେ ଏବେ ବି ୨୧୫୭ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି।

Comment