ଓଡିଶାଲାଇଭ୍ ବ୍ୟୁରୋ

ଜୁଲାଇ ୫ ଯାଏଁ ଖୋର୍ଦ୍ଧା ପୌର କାର୍ଯ୍ୟାଳୟ ବନ୍ଦ। କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ଆକ୍ରାନ୍ତ ହେବା ପରେ ଏହାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।

ଆକ୍ରାନ୍ତ ଜଣକ ୧୫ ନଂ ଓ୍ଵାର୍ଡର ତେଲେଙ୍ଗାସାହି ଅଞ୍ଚଳର ବୋଲି ଜଣାପଡ଼ିଛି। ସେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହି ଅଞ୍ଚଳକୁ ଜୁଲାଇ ୫ ସକାଳ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥିସହ କଣ୍ଟାକ୍ଟ ଟ୍ରେସିଂ ପରେ ୩୩ ଜଣ କର୍ମଚାରୀଙ୍କ ସ୍ଵାବ୍ ପରୀକ୍ଷା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଖୋର୍ଦ୍ଧା ଜିଲ୍ଲାରେ ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୯ ଜଣ ଆକ୍ରାନ୍ତ ସକ୍ରିୟ ଥିବାବେଳେ ୬୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Comment