ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

କରୋନାରେ ପ୍ରାଣ ହରାଇଲେ ଆଉ ୨ ଜଣ ଆକ୍ରାନ୍ତ। ଏଥିସହ ରାଜ୍ୟର ମୋଟ କରୋନା ମୃତ୍ୟୁସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଗଞ୍ଜାମର ଜଣେ ୪୯ ବର୍ଷ ବୟସ୍କ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସତ ହେଉଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ହିଁ ସେ ନିଜର ପ୍ରାଣ ହରାଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାର ମଧ୍ୟ ଜଣେ ୫୭ ବର୍ଷ ବୟସ୍କ ବ୍ୟକ୍ତି କରୋନାରେ ପ୍ରାଣ ହରାଇଛନ୍ତି।

ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ସେହିଭଳି ଖୋର୍ଦ୍ଧାରେ ୫, କଟକରେ ୪, ପୁରୀରେ ଜଣେ, ବରଗଡ଼ରେ ଜଣେ ଲେଖାଏଁ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି। ପ୍ରଥମ କରି ଅନୁଗୁଳ ଜିଲ୍ଲାରେ ଜଣେ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment