ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ରେକର୍ଡ ସଂଖ୍ୟକ ପଜିଟିଭ୍। ଗତକାଲି ଗୋଟିଏ ଦିନରେ ରାଜ୍ୟରୁ ୫୬୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଟପିଛି।

ଗତକାଲି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୨୫ଟି କେସ୍ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ବାକି ୧୩୬ଟି କେସ୍ ଲୋକାଲ ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୨୧, ଭଦ୍ରକରୁ ୧, ବଲାଙ୍ଗିରରୁ ୧୯, କଟକରୁ ୮୧, ଢେଙ୍କାନାଳରୁ ୩, ଜଗତସିଂହପୁରରୁ ୬, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୬, ଖୋର୍ଦ୍ଧାରୁ ୨୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୧୦, ପୁରୀରୁ ୧, ରାୟଗଡ଼ାରୁ ୭୬, ସମ୍ବଲପୁରରୁ ୮, ସୁନ୍ଦରଗଡ଼ରୁ ୩ ଓ ଜଣେ ଏନଡିଆରଏଫ୍ କର୍ମଚାରୀ ପଜିଟିଭ୍ ହୋଇଛନ୍ତି।

ଏଥିସହ ରାଜ୍ୟର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୫୦୨ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୨୫୬୭ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି।

Comment