ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଉି ଶ୍ରୀଜିଉଙ୍କର ଅଧରପଣା ନୀତି ଅନୁଷ୍ଠିତ ହେବ। ରଥ ଉପରେ ତିନି ଠାକୁରଙ୍କୁ ଲାଗି ହେବ ପଣା। ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଅଧରପଣା ପାଇଁ ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆପଟ ସେବାୟତମାନେ ପାଣି ଆଣୁଛନ୍ତି। ସେମାନେ ପାଣି ଆଣି ସାରିବା ପରେ ଏହି ପାଣିରେ ମହାସୁଆର ସେବାୟତମାନେ ପଣା ପ୍ରସ୍ତୁତ କରିବେ।

ପଣା ପ୍ରସ୍ତୁତିରେ ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀ ବ୍ୟବହୃତ ହୋଇଥାଏ। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହେବ।

ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯିବ। ରଥଗୁଡ଼ିକରେ ଥିବା ପାର୍ଶ୍ଵ ଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଛି।

Comment