ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଭୁବନେଶ୍ୱରରୁ ଚିହ୍ନଟ ହେଲେ ପୁଣି ୨୪ କରୋନା ପଜିଟିଭ୍। ଏଥିସହ ରାଜଧାନୀର ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୬୯ କୁ ବୃଦ୍ଧି ପାଇଛି। ଏନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ୨୪ ଜଣ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୨୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ବାକି ୪ ଜଣ ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି।

ଏଥିସହ ଆଜି ରାଜଧାନୀର ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।

ରାଜଧାନୀ ଭୁବନେଶ୍ୱରରେ ଏବେ ସୁଦ୍ଧା ମୋଟ ୩୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇସାରିଲେଣି। ସେଥିମଧ୍ୟରୁ ୨୧୬ ଜଣ ସୁସ୍ଥ ହୋଇସାରିଥିବାବେଳେ ୪ ଜଣ ପ୍ରାଣ ହରାଇଛନ୍ତି। ଏବେ ବି ରାଜଧାନୀରେ ୧୪୮ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି ବୋଲ ବିଏମସି ସୂଚନା ଦେଇଛି।

Comment