ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ କରୋନା ସଂକ୍ରମଣ ଏବେ ହୁ ହୁ ହୋଇ ବଢ଼ିଚାଲିଛି। ଗତକାଲି ରାଜ୍ୟରେ ୫୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଆଜି ମଧ୍ୟ ଏହି ସଂଖ୍ୟା ୪୯୫ ରହିଛି। ଏଥିସହ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି ପାଇଛି।

ତେବେ ଚିନ୍ତାର ବିଷୟ ହେଉଛି ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ଟି ଲୋକାଲ୍ କେସ୍ ରହିଛି। ଏଥିସହ ୩୫୫ ଜଣ ଆକ୍ରାନ୍ତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କେବଳ ଗଞ୍ଜାମ ଜିଲ୍ଲାରୁ ୨୧୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨୪, ବାଲେଶ୍ୱରରୁ ୧୩, ବରଗଡ଼ରୁ ୨, ଭଦ୍ରକରୁ ୧୨, କଟକରୁ ୧୩, ଢେଙ୍କାନାଳରୁ ୧, ଗଜପତିରୁ ୭, ଜଗତସିଂହପୁରରୁ ୧୨, ଯାଜପୁରରୁ ୧, ଝାରୁସୁଗଡ଼ାରୁ ୮, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୫୦, କୋରାପୁଟରୁ ୫, ମାଲକାନଗିରିରୁ ୫ , ମୟୂରଭଞ୍ଜରୁ ୨୮, ନବରଙ୍ଗପୁରରୁ ୧୧, ନୟାଗଡ଼ରୁ ୧, ପୁରୀରୁ ୧୮, ସମ୍ବଲପୁରରୁ ୬, ସୋନପୁରରୁ ୨ ଓ ସୁନ୍ଦରଗଡ଼ରୁ ୩୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୭୦୫ ଜଣ ସୁସ୍ଥ ହୋଇଥିବାବେଳେ ୨୮୫୩ ଜଣ ଏବେ ବି ସକ୍ରିୟ ଅଛନ୍ତି।

Comment