ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦେଶରେ ବେକାବୁ କରୋନା। ପୁଣି ଭାରତରେ ରେକର୍ଡ ସଂଖ୍ୟକ କରୋନା ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୨୨ ହଜାର ୭୭୧ ନୂଆ କେସ୍‌ ଆସିଥିଲା ୪୪୨ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ପ୍ରାୟ ସାଢେ ଲକ୍ଷରେ ପହଞ୍ଚିଛି। ଆଜି ଲଗାତର ତୃତୀୟ ଦିନ ପାଇଁ ୧୯ ହଜାରରୁ ଅଧିକ କରୋନା ମାମଲା ରିପୋର୍ଟ ହୋଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତାଜା ତଥ୍ୟ ଅନୁଯାୟୀ ଏପର୍ଯ୍ୟନ୍ତ ୬ ଲକ୍ଷ ୪୮ ହଜାର୩୧୫ ଜଣ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ ୧୮,୬୫୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ଚ ଲକ୍ଷ ୯୪ ହଜାର ଲୋକ ସୁସ୍ଥ ମଧ୍ୟ ହୋଇଛନ୍ତି।

କରୋନା ସଂକ୍ରମଣ ସଂଖ୍ୟା ଦୃଷ୍ଟିରୁ ଭାରତ ହେଉଛି ଚତୁର୍ଥ ସର୍ବାଧିକ ପ୍ରଭାବିତ ଦେଶ। ଆମେରିକା, ବ୍ରାଜିଲ, ୠଷ ପରେ ଭାରତ କରୋନା ମହାମାରୀ ଦ୍ୱାରା ସର୍ବାଧିକ ପ୍ରଭାବିତ ଦେଶମାନଙ୍କ ମଧ୍ୟରେ ଚତୁର୍ଥ ସ୍ଥାନରେ ରହିଛି।

Comment