ଓଡ଼ିଶାଲାଇଭ୍ ବ୍ୟୁରୋ

(ଖୋର୍ଦ୍ଧାରୁ ଦିଲ୍ଲୀପ ନାଇଡୁ): ବାଣପୁର ବ୍ଲକରେ ଦିନ ଦ୍ୱି-ପ୍ରହରରେ ଫୁଟିଲା ଗୁଳି। କୁମାରଙ୍ଗ ପଞ୍ଚାୟତ ଅନ୍ତର୍ଗତ ଝିଣ୍ଟିକାପଲ୍ଲୀ ଗାଁରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି।

ଗୁଳିମାଡ଼ର ଶିକାର ହୋଇଥିବା ବ୍ୟକ୍ତି ଜଣକର ବୟସ ୩୭ ବର୍ଷ ବୋଲି ଜଣାପଡ଼ିଛି। ତାଙ୍କ ନାଁ ହେଉଛି କାହ୍ନୁ ପରିଡ଼ା। ଗୁଳିଟି ତାଙ୍କର ନାକରେ ବାଜିଥିବା ଜଣାପଡ଼ିଛି।ତାଙ୍କ ନାକରେ ଗୁଳି ବାଜିବା ପରେ ତାଙ୍କୁ ପ୍ରଥମେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନିଆଯାଇଥିଲା। ହେଲେ ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ପାଇଁ ବାଣପୁର ପୋଲିସ ସେଠାରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here