ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

କରୋନାରୁ ସୁସ୍ଥ ହେଲେ ଆଉ ୨୯୦ ଜଣ ଆକ୍ରାନ୍ତ। ଏଥିସହ ରାଜ୍ୟର ମୋଟ ୬୨୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୯୯ ଜଣ ରହିଛନ୍ତି। ସେହିପରି ଗଜପତି ଜିଲ୍ଲାରୁ ୫୬ ଜଣ, ଝାରସୁଗୁଡାରୁ ୩୩, କଟକରୁ ୧୬, ନବରଙ୍ଗପୁରରୁ ୧୬, ବାଲେଶ୍ୱରରୁ ୧୫, ସମ୍ବଲପୁରରୁ ୧୧, ଖୋର୍ଦ୍ଧାରୁ ୧୦, ମୟୂରଭଞ୍ଜରୁ ୮, କେନ୍ଦୁଝରରୁ ୬, ପୁରୀରୁ ୬, ଜଗତସିଂହପୁରରୁ ୫, ନୟାଗଡ଼ରୁ ୩ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ବରଗଡ଼ ଓ କୋରାପୁଟରୁ ୨ ଜଣ ଲେଖାଏଁ ଏବଂ ଯାଜପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Comment