ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତରପ୍ରଦେଶ ଗାଜିଆବାଦ ଜିଲ୍ଲାର ମୋଦିନଗର ଅଞ୍ଚଳରେ ଥିବା ଏକ ମହମବତୀ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।

ଗୁରୁତରଙ୍କୁ ସ୍ଥାନୀୟ ଏକ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ପାଇବା ମାତ୍ରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ।  ନିଆଁ ଲାଗିବା ସମୟରେ କାରଖାନାରେ କେତେ ଲୋକ ଥିଲେ, ତାହା ମଧ୍ୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହିତ ଆହତମାନଙ୍କୁ ତୁରନ୍ତ ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Comment