ଓଡ଼ିଶାଲାଇଭ୍‌ ବ୍ୟୁରୋ

(ଖୋର୍ଦ୍ଧାରୁ ଦିଲ୍ଲୀପ ନାଇଡୁ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ଭେଟେଶ୍ୱର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଓ ପେଣ୍ଡୁରାପଲ୍ଲୀ ଗାଁକୁ ସଟ୍ ଡାଉନ ଘୋଷଣା କରାଯାଇଛି। ଜିଲ୍ଲାପାଳଙ୍କ କ୍ଷମତା ପ୍ରୟୋଗ କରି ରବିବାର ସନ୍ଧ୍ୟା ୫ଟାରୁ ୯ ତାରିଖ (ଗୁରବାର) ସକାଳ ୫ଟା ଯାଏଁ ସଟ୍ ଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ ଜିତେନ୍ଦ୍ର କୁମାର।corona monsoon-2

ଜଗନ୍ନାଥପୁର ଗାଁର ୩୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ସଂକ୍ରମିତ ହେବା ଜଣାପଡ଼ିବା ପରେ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳଙ୍କ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହା ସମେତ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଶନିବାର ଓ ରବିବାର ଦିନ ବି ସଟଡାଉନ ପୂର୍ବପରି ବଳବତ୍ତର ରହିବ।

ସଂକ୍ରମିତ ବ୍ୟକ୍ତି ଜଣଙ୍କ ଗତ ମାସ ୧୧ ତାରିଖରେ ବିଦେଶରୁ ଫେରିଥିଲେ ଏବଂ ଭାପୁରସ୍ଥିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୪ ଦିନ ପାଇଁ  କ୍ୱାରେଣ୍ଟାଇନରେ ରହିଥିଲେ। ଏହାପରେ ଘରେ ଆଉ ୧୪ ଦିନ ହୋମ କ୍ୱାରେଣ୍ଟାଇନରେ ରହିବା ପାଇଁ ସରପଞ୍ଚଙ୍କ ନିର୍ଦ୍ଦେଶ ରହିଥିଲା। କିନ୍ତୁ ଏହି ସମୟ ମଧ୍ୟରେ ସାଙ୍ଗସାଥୀ ଓ ପରିବାରଙ୍କ ସହିତ ଦୁଇଟି ଭୋଜିରେ ଯୋଗ ଦେଇଥିଲେ। ଏହିସବୁ କାର୍ଯ୍ୟକ୍ରମ ଭିତରେ ସଂକ୍ରମିତ ବ୍ୟକ୍ତି ଜଣଙ୍କ ପ୍ରାୟ ୫୦ ରୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା ଦେଇଛନ୍ତି ସରପଞ୍ଚ ଜିତେନ୍ଦ୍ର କୁମାର।corona-3

ଭେଟେଶ୍ୱର ପଞ୍ଚାୟତରେ କୋଭିଡ ସଂକ୍ରମିତ ହେବା ଏହା ପ୍ରଥମ ଘଟଣା। ଏବେ ସରପଞ୍ଚ ସଂକ୍ରମିତଙ୍କ କଂଟ୍ରାକ୍ଟ ଟ୍ରେସିଂ କରୁଥିବା ବେଳେ ସଂସ୍ପର୍ଶରେ ଆସିଥିବା ୫୦ ଜଣଙ୍କୁ ହୋମ କ୍ୱାରେଣ୍ଚାଇନରେ ରହିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ସଂକ୍ରମିତଙ୍କ ପରିବାର ସଦସ୍ୟଙ୍କ ସ୍ୱରବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନଙ୍କର ସ୍ୱାବ ନମୁନା ଖୁବଶୀଘ୍ର ସଂଗ୍ରହ କରାଯିବ ବୋଲି ପଂଚାୟତ ସରପଞ୍ଚ କହିଛନ୍ତି।

Comment