ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ରାଜ୍ୟରେ ଆଜି ୫୭୧ ନୂଆ କରୋନା ପଜିଟିଭ୍ ଚିହ୍ନଟ
  • ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି
  • ରାଜ୍ୟରେ ଏବେ ବି ୩୫୫୭ ଜଣ ଆକ୍ରାନ୍ତ ସକ୍ରିୟ

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୫୭୧ ନୂଆ କରୋନା ପଜିଟିଭ୍। ଏଥିସହ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ପାର୍ କରିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଜୁଲାଇ ମାସରେ କରୋନା ସଂକ୍ରମଣ ଶିଖର ଛୁଇଁବ ବୋଲି ରାଜ୍ୟ ସରକାର ପୂର୍ବାନୁମାନ କରିଥିଲେ। ଯାହାକି ଧୀରେ ଧୀରେ ସତ ପ୍ରମାଣିତ ହେବାରେ ଲାଗିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୦୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଓ ବାକି ୧୬୮ ଜଣ ଆକ୍ରାନ୍ତ ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି।ଆଜି ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୭୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୪, ବାଲେଶ୍ୱରରୁ ୨୮, ଭଦ୍ରକରୁ ୧, ବଲାଙ୍ଗିରରୁ ୫, କଟକରୁ ୨୯, ଢେଙ୍କାନାଳରୁ ୧, ଗଜପତିରୁ ୫୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୩୭, ମୟୂରଭଞ୍ଜରୁ ୧୪, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୧, ପୁରୀରୁ ୪, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୫ ଓ ସୁନ୍ଦରଗଡ଼ରୁ ୫୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୬୪୮୬ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୩୫୫୭ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି ବୋଲି ସୂଚନା ମିଳିଛି।

Comment