ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଆଜି ପୁଣି ୫ ଶହ ଟପିଲା ପଜିଟିଭ୍। ବୁଧବାର ଆଉ ୫୨୭ ନୂଆ ପଜିଟିଭ୍ ଚିହ୍ନଟ ହେବା ସହିତ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ୬ ଶହ ଟପିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୩୮ ଜଣ ହୋମ୍ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ବାକି ୧୮୯ ଲୋକାଲ୍ କେସ୍ ବୋଲି ସୂଚନା ମିଳିଛି।ନୂଆକରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୧୭ ଜଣ ରହିଛନ୍ତି। ସେହିପରି ଅନୁଗୁଳରୁ ୧, ବାଲେଶ୍ୱରରୁ ୨୬, ବରଗଡ଼ରୁ ୧, ଭଦ୍ରକରୁ ୨, ବଲାଙ୍ଗିରରୁ ୨୧, କଟକରୁ ୧୭, ଢେଙ୍କାନାଳରୁ ୧, ଗଜପତିରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୨୫, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରରୁ ୭, ଖୋର୍ଦ୍ଧାରୁ ୫୦, କୋରାପୁଟରୁ ୬, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୪, ପୁରୀରୁ ୧୬, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧, ସୋନପୁରରୁ ୫ ଓ ସୁନ୍ଦରଗଡ଼ରୁ ୭୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟର ମୋଟ ପଜିଟିଭ୍ ସଂଖ୍ୟା ୧୦,୬୨୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୬୭୦୩ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୩୮୬୦ ଜଣ ସକ୍ରିୟ ଅଛନ୍ତି।

Comment