ଓଡିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜଭବନରେ ସାଧାରଣ ଲୋକଙ୍କ ପ୍ରବେଶ ନିଷେଧ କରାଯାଇଛି। ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକ ରାଜଭବନ ଯାଇପାରିବେ ନାହିଁ ବୋଲି ରାଜଭବନ ପକ୍ଷରୁ କୁହାଯାଇଛି।
ରାଜଭବନ ସହ ଯୋଗାଯୋଗ କରିବାକୁ ଚାହୁଁଥିବା ବ୍ୟକ୍ତିବିଶେଷ ଫୋନ୍, ଫ୍ୟାକ୍ସ କିମ୍ବା ଇ-ମେଲ୍ ଜରିଆରେ ଯୋଗାଯୋଗ କରିପାରିବେ ବୋଲି ରାଜଭବନ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୦,୬୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୬୭୦୩ ଜଣ ସୁସ୍ଥ ହୋଇଛନ୍ତି। ଏଥିସହ ୩୮୬୦ ଆକ୍ରାନ୍ତ ଏବେ ବି ସକ୍ରିୟ ଅଛନ୍ତି। ରାଜ୍ୟରେ କରୋନା ସଂକ୍ରମଣରେ ୪୮ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।














