ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ରାଜ୍ୟରୁ ୫୭୭ ନୂଆ ପଜିଟିଭ୍ ଚିହ୍ନଟ଼
  • ୧୬୧ ଲୋକାଲ୍ କେସ୍,୪୧୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ
  • ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧,୨୦୧କୁ ବୃଦ୍ଧି

ରାଜ୍ୟରେ ଆଜି ପୁଣି ୫ ଶହ ଟପିଲା ପଜିଟିଭ୍। ଗୁରୁବାର ରାଜ୍ୟରୁ ଆଉ ୫୭୭ ନୂଆ ପଜିଟିଭ୍ ଚିହ୍ନଟ ହେବା ସହିତ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଟପିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ସେହିପରି ବାକି ୧୬୧ ଜଣ ଆକ୍ରାନ୍ତ ଲୋକାଲ୍ କେସ୍ ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।CGU new

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୭, ବାଲେଶ୍ୱରରୁ ୩୦, ଭଦ୍ରକରୁ ୨, ବୌଦ୍ଧରୁ ୫, କଟକରୁ ୧୪, ଢେଙ୍କାନାଳରୁ ୪, ଗଜପତିରୁ ୧୭, ଜଗତସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧, କନ୍ଧମାଳରୁ ୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସେହିପରି କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୪୮, ଖୋର୍ଦ୍ଧାରୁ ୫୬, କୋରାପୁଟରୁ ୬, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୪ , ନୟାଗଡ଼ରୁ ୧, ପୁରୀରୁ ୫, ସମ୍ବଲପୁରରୁ ୩  ଏବଂ ସୁନ୍ଦରଗଡ଼ରୁ ୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧,୨୦୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭୦୦୬ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୪୧୨୮ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି।

Comment