ଓଡିଶାଲାଇଭ୍ ବ୍ୟୁରୋ

(ଖୋର୍ଦ୍ଧାରୁ ଦିଲ୍ଲୀପ ନାଇଡୁ):ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କୁ ହତ୍ୟା ଉଦ୍ୟମ। ଗୁରୁବାର ବିଳମ୍ବିତ ରାତିରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବାବେଳେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।

ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଳୟର ଶଲ୍ୟ ବିଭାଗ ଡାକ୍ତର ଶ୍ୟାମା ପ୍ରସନ୍ନ ମିତ୍ର, ଡାକ୍ତର ଶୁଭ୍ରାଂଶୁ କୁମାର ସାହୁ ଡ୍ୟୁଟିରେ ଥିଲେ। ସେହି ସମୟରେ ଶେଖ୍ ଅମିନ୍ ନାମକ ଜଣେ ଯୁବକ ତାଙ୍କ ସମ୍ପର୍କୀୟଙ୍କୁ ଠିକ୍‌ ଭାବେ ଚିକିତ୍ସା କରାଯାଉନଥିବା ଅଭିଯୋଗ କରି ସମ୍ପୃକ୍ତ ଡାକ୍ତରଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏକ ପିଭିସି ପାଇପ ଦ୍ଵାରା ସେ ଡାକ୍ତରଙ୍କୁ ମାରିବା ପାଇଁ ଉଦ୍ୟମ କରିବା ସହ ଖରାପ ଭାଷାରେ ଗାଳି ଗୁଲଜ କରିଥିଲେ।CGU newଏନେଇ ଡାକ୍ତର ଶ୍ୟାମା ପ୍ରସନ୍ନ ମିତ୍ର ଓ ଡାକ୍ତର ଶୁଭ୍ରାଂଶୁ କୁମାର ସାହୁ ଖୋର୍ଦ୍ଧା ଟାଉନ ଥାନାରେ ଏତଲା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ୍ ଆଧାରରେ ସମ୍ପୃକ୍ତ ଯୁବକଙ୍କୁ ଚିହ୍ନଟ କରି ଗିରଫ କରିଛି।

କାର୍ଯ୍ୟରତ ସୁରକ୍ଷାକର୍ମୀଙ୍କ ଉପସ୍ଥିତିରେ ଏପରି ଘଟଣା ଘଟିଥିବାରୁ ଡାକ୍ତରଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଏନେଇ ଡାକ୍ତରମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅବଗତ କରାଇଛନ୍ତି। ଏଥିସହ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନହେଲେ ଡାକ୍ତରମାନେ କାର୍ଯ୍ୟ ବନ୍ଦ କରିବେ ବୋଲି ଚେତାବନୀ ଦେଇଛନ୍ତି।

Comment