ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

କରୋନାରୁ ସୁସ୍ଥ ହେଲେ ଆଉ ୫୬୫ ଆକ୍ରାନ୍ତ। ଏଥିସହ ରାଜ୍ୟର ମୋଟ କରୋନା ସୁସ୍ଥଙ୍କ ସଂଖ୍ୟା ୭୯୧୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୮୫ ଜଣ, ବଲାଙ୍ଗିରରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡ଼ରୁ ୨୪, ସୁନ୍ଦରଗଡ଼ରୁ ୨୪, ବାଲେଶ୍ୱରରୁ ୧୭, ଜଗତସିଂହପୁରରୁ ୧୭, ଖୋର୍ଦ୍ଧାରୁ ୧୫, ଯାଜପୁରରୁ ୧୩, କେନ୍ଦ୍ରାପଡ଼ାରୁ ୧୦ ଜଣ ସୁସ୍ଥ ହୋଇଛନ୍ତି।CGU new

ସେହିପରି ଗଜପତି, ଝାରସୁଗୁଡ଼ା ଓ ନବରଙ୍ଗପୁରରୁ ୮ ଜଣ ଲେଖାଏଁ, ମୟୂରଭଞ୍ଜରୁ ୭, ଭଦ୍ରକରୁ ୪, ପୁରୀରୁ ୩, ଢେଙ୍କାନାଳ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ, ବୌଦ୍ଧ, କନ୍ଧମାଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

Comment