ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ୧୪ଟି ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ସହିତ ବଜ୍ରପାତ ପଡ଼ିବ ବୋଲି ଆଶଙ୍କା କରାଯାଉଛି।CGU new

ଏଥିସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। କେତେକ ସ୍ଥାନରେ ବଜ୍ରପାତ ହେବ ବୋଲି ମଧ୍ୟ ଅନୁମାନ କରାଯାଇଛି।

Comment